Spread the love

ଭୁବନେଶ୍ବର: ସାର ଓ ଶୀତଳ ଭଣ୍ଡାରକୁ ନେଇ ଏବେର କୃଷିମନ୍ତ୍ରୀ ଓ ପୂର୍ବତନ କୃଷିମନ୍ତ୍ରୀ ମୁହାଁମୁହିଁ ହୋଇଛନ୍ତି । ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନ କରିଥିଲେଯେ, ଯେଉଁ ସରକାର ସାର ଯୋଗାଇ ପାରିଲେନି ସେ ସରକାର ଶୀତଳ ଭଣ୍ଡାର କେମିତି କରିବେ? ଏହାର ଉତ୍ତରରେ କୃଷି ମନ୍ତ୍ରୀ କେଭି ସିଂଦେଓ କହିଛନ୍ତିଯେ, ନିଜେ କୃଷି ମନ୍ତ୍ରୀ ଥିବା ବେଳେ ତ ଶୀତଳ ଭଣ୍ଡାର କଲେ ନାହିଁ।

ଆମ ସରକାର କରିବାକୁ ଚେଷ୍ଟା କଲା ବେଳେ ପ୍ରଶ୍ନ କରୁଛନ୍ତି ।କୃଷି ମନ୍ତ୍ରୀ ଆହୁରି କହିଛନ୍ତିଯେ, ଆମ ସରକାର ୨ ଲକ୍ଷ ମେଟ୍ରିକ ଟନରୁ ଅଧିକ ସାର ଚାଷୀଙ୍କୁ ଯୋଗାଇ ଦେଇଛନ୍ତି । ହେଲେ କୃତ୍ରିମ ଆନ୍ଦୋଳନ ସୃଷ୍ଟି କରାଯାଇଛି । ସାର ଆନ୍ଦୋଳନ ଯେଉଁଠି ହେଉଛି, କେତେ ବିଧାୟକ ଯାଇକି ସମୀକ୍ଷା କରିଛନ୍ତି । ଆପଣଙ୍କ ସମୟରେ ଶୀତଳ ଭଣ୍ଡାର କଲେ ନାହିଁ, ଆମେ କରିକି ଦେଖାଇବୁ। ସବୁ ସବଡ଼ିଭିଜନରେ ଶୀତଳ ଭଣ୍ଡାର କରିବୁ ବୋଲି ମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

You missed