ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ
ତାଳଚେର, ୦୯/୧୦ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ମଙ୍ଗୁଳୁ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶିକ୍ଷାବିତ୍ ଦିବାକର ବାରିକ, ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର କୋଷାଧ୍ୟକ୍ଷ ପଂଚାନନ ବେହେରା ଓ ମୁଖ୍ୟ ବକ୍ତା ଭାବରେ ଆଚାର୍ଯ୍ୟା ଲକ୍ଷ୍ମୀପ୍ରିୟା ସାହୁ ପ୍ରମୁଖ ଯୋଗ ଦେଇ ଉତ୍କଳମଣିଙ୍କ ପ୍ରତିଛବିରେ ମାଲ୍ୟାର୍ପଣ କରିଥିଲେ । ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ସଙ୍ଗୀତ ଗାନ କରିଥିଲେ । ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ଆଚାର୍ଯ୍ୟ ବସନ୍ତ କୁମାର ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ପ୍ରଧାନାଚାର୍ଯ୍ୟ ଶ୍ରୀ ସାହୁ କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ ବର୍ଣ୍ଣନା କରିଥିଲେ । ଅତିଥିମାନେ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଜୀବନଦର୍ଶନ ଉପରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟା ରୀତା ଭୂତିଆ ଓ ସରସ୍ୱତୀ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟା ଅର୍ଚ୍ଚନା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟା କଳ୍ପନା ସାହୁ, ହିଂମାଶୁ ଦାସ, ସବିତା ସାହୁ, ସଞ୍ଜୟ ବାରିକ, ରଞ୍ଜୁବାଳା ସାହୁ, କୁମୁଦ ସାହୁ, ରାଗିଣୀ ସ୍ୱାଇଁ, ପୁଷ୍ପାରାଣୀ ବେହେରା, ଶରତ ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ସେହିପରି ତାଳଚେର ଟାଉନହଲ ଠାରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତି ଠାରେ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି । ଗୋପବନ୍ଧୁ ସଭାସମିତି କମିଟିର ସଭାପତି ଦେବୀମିଶ୍ରଙ୍କ ନେତୃତ୍ୱରେ ଢ଼େଙ୍କାନାଳ ପୂର୍ବତନ ସାଂସଦ ତଥା ରାଜ୍ୟ ବିଜେଡ଼ି ଏସିସିଏଲ ମହେଶ ସାହୁ, ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଟ୍ରକ ମାଲିକସଂଘ ସଭାପତି ଦିଲ୍ଳୀପ ପାଣି, ଟୁକୁନା ସ୍ୱାଇଁ, କାଉନସିଲର ଯୋଶବନ୍ତ ମିଶ୍ର, ଆମ ପ୍ରତିଭା ଆମପରିଚୟ ଅନୁଷ୍ଠାନର କର୍ମକର୍ତା, ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ମାଲ୍ୟାର୍ପଣ ପୂର୍ବକ ସ୍ମୃତି ଚାରଣ କରିଥିଲେ ।
