Spread the love

କୁଟିଆ ପଞ୍ଚାୟତ : ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

 

ଜେ ବି ଏନ, ୦୫/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଭୁବନେଶ୍ବର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ହାଇ ଲେବଲ୍ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଖୁବ୍‌ଶୀଘ୍ର କୁଟିଆ ଅଞ୍ଚଳକୁ ଗସ୍ତ କରି ଲୋକମାନଙ୍କୁ ଭେଟିବେ । କୁଟିଆ ଅଞ୍ଚଳକୁ ଏକ ଆଦର୍ଶ ପଞ୍ଚାୟତ ଭାବରେ ଗଠନ କରାଯିବା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଟିଆ ପଞ୍ଚାୟତରେ ଶିକ୍ଷା , ସ୍ବାସ୍ଥ୍ୟ ,ଯୋଗାଯୋଗ , ପିଇବା ପାଣି , ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରିରୁ ମୟୁରଭଞ୍ଜ , କୋରାପୁଟରୁ କଟକ ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି । ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ପାଇଁ , ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ସରକାର କାମ କରୁଛନ୍ତି । ସ୍ଵାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟ ବଡ ଭୁମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।