Spread the love

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:-
ଅନୁଗୋଳ ବ୍ଲକ ନୂଆପଡା, ଇଙ୍କରବନ୍ଧ,ଅଙ୍ଗାରବନ୍ଧ, ବାରସିଂହା ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ ଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ଅଙ୍ଗନାୱାଡି କର୍ମୀ, ୱାଡମେମ୍ୱର, ଆଶା, କିଶୋରୀ ଏବଂ ଗ୍ରାମ ର କିଛି ସଦସ୍ୟ ଉପସ୍ଥିତ ଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା ହୋଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ୱା ବଧାନ ରେ ପ୍ରକଳ୍ପ ସହଯୋଗୀ ସୋନାଲିସା ଶବର ସଭା ପରିଚାଳନା କରିଥିଲେ l ଶେଷ ରେ ଶପଥ ପାଠ କରାଇଥିଲେ ଏବଂ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l

Leave a Reply

Your email address will not be published. Required fields are marked *