*ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*

ଅନୁଗୋଳ,୦୨.୧୧ : ଆଜି ଜିଲ୍ଲାପାଳ ଶ୍ରୀ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାହୁଳ ଜୈନ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୧ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମପଞ୍ଚାୟତ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ଦିଲ୍ଲୀପ ପଟ୍ଟନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଉପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, କିଶୋରନଗର ତହସିଲଦାର ଶ୍ରୀ ରଞ୍ଜନ କୁମାର ସାହୁ, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶୁଭକାନ୍ତ ନାଏକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଧୁସ୍ମିତା ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କା, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ଼. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

