Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

​ଅନୁଗୋଳ, ତା. ୦୯.୧୧:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପବିତ୍ର ମୋହନ ସଭାଗୃହ, କଣିହାଁ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୯ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

​ଏହି କାର୍ଯ୍ୟକ୍ରମରେ ତାଳଚେର ଉପଜିଲ୍ଲାପାଳ ଶ୍ରୀ ପ୍ରଜ୍ଞାନନ୍ଦନ ଗିରି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ. ଦିଲ୍ଲୀପ କୁମାର ପଟ୍ଟନାୟକ, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିଶ୍ଚଳ କୁମାର ପଟ୍ଟନାୟକ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, କଣିହାଁ ତହସିଲଦାର ଶ୍ରୀ ପ୍ରଣବ ରଞ୍ଜନ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଉପ-ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମୃତ ଲୁଗୁନ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

​ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *