ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଅନୁଗୋଳ, ତା.୧୬.୧୧:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୦୬ ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହାନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ଆଶିଷ ରଞ୍ଜନ ସାହୁ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଦିଲ୍ଲିପ କୁମାର ପଟ୍ଟନାୟକ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଉପ-ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମର ଲୁଗୁନ୍ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।
