ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ


ଅନୁଗୋଳ,ତା.୧୦.୦୩:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୭୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ଓ ୨୧ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଉଦଗାତା, ଜିଲ୍ଲା ଶିକ୍ଷା ଅଧ୍ବକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
