ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୮/୧୧/୨୦୨୬: ମହାନ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା (OLA) ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ଅବସରରେ ବିଧାନସଭାର ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ ବରିଷ୍ଠ ନେତା ଓ ଜନପ୍ରତିନିଧି ଉପସ୍ଥିତ ରହି ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ।
