Spread the love

### ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଲିଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ସେ କଟକର ଐତିହାସିକ ବାଲିଯାତ୍ରାରେ ଯୋଗଦେବା ସହ ଭୁବନେଶ୍ୱରରେ ଏକ ଶିକ୍ଷାନୁଷ୍ଠାନର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ।

ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଦିନ ୧୨ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ କଟକ ଅଭିମୁଖେ ଯାତ୍ରା କରି ଅପରାହ୍ନ ୪ଟାରେ ବାଲିଯାତ୍ରା ପଡ଼ିଆରେ ପହଞ୍ଚିବେ। ବାଲିଯାତ୍ରା କାର୍ଯ୍ୟକ୍ରମରେ ଯୋଗଦେବା ପରେ ସନ୍ଧ୍ୟାରେ ଭୁବନେଶ୍ୱରକୁ ଫେରିବେ।

ସେହିପରି ନଭେମ୍ବର ୨୫ ତାରିଖରେ ରାଷ୍ଟ୍ରପତି ଅଭିନ୍ନଚନ୍ଦ୍ର ହୋମିଓପାଥି ମେଡିକାଲ କଲେଜର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୪୮ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୧୨୦ ଜଣ ଅଧିକାରୀ ନିୟୋଜିତ ରହିବେ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା ଓ ଯାତାୟାତ ବ୍ୟବସ୍ଥାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

 

Leave a Reply

Your email address will not be published. Required fields are marked *