ନିଶାମୁକ୍ତ ଭାରତ ଅଭିଯାନ ର ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ
ଭବାନୀପାଟଣା, (ଜାଗ୍ରତ ଭାରତ )ନିଶାମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ନିଶା ସେବନର କୁପରିଣାମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ,ଭବାନୀପାଟଣା ପକ୍ଷରୁ ଏକ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା।
ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ପାତ୍ରଙ୍କ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନାଟକର ନିର୍ଦ୍ଦେଶନା ଶ୍ରୀମତୀ ଐଶ୍ୱର୍ଯ୍ୟା ପ୍ରିୟଦର୍ଶିନୀ ପତି ଦେଇଥିଲେ। ନାଟକ ମାଧ୍ୟମରେ ନିଶା ସେବନର ଭୟାବହ ପରିଣାମ, ଏହାର ସାମାଜିକ କୁପ୍ରଭାବ ଏବଂ ଯୁବପିଢ଼ିଙ୍କୁ ନିଶାଠାରୁ ଦୂରେଇ ରଖିବାର ଆବଶ୍ୟକତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ନାଟକ ଶେଷରେ ସମସ୍ତେ ଶପଥ ଗ୍ରହଣ କରି ଥିଲେ।
ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଏବଂ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ,ଭବାନୀପାଟଣା ର ଅଧ୍ୟାପକ ବୃନ୍ଦ ରାକେଶ ବେହେରା, ଘନଶ୍ୟାମ ସାହୁ, ଦୀପକ ବେହେରା, ମାଣିକେଶ୍ୱରୀ ମହାପାତ୍ର ଉପସ୍ଥିତ ଥିଲେ।
ଏହି ପଥପ୍ରାନ୍ତ ନାଟକରେ କଲେଜ ର ଛାତ୍ର ଛାତ୍ରୀ -ଅଜିତ କୁମାର ହେର୍ଣ୍ଣା, ମୁକେଶ ନାଏକ, ଅମିୟ ରଞ୍ଜନ ନାଏକ, କହ୍ନା ସୁନାନୀ, ଦେବ କୁମାର ରଣା, ସୁମନ କୁମାର ସାହୁ, ମନୋଜ ଭୂଏ, ଟୁନା ସବର, ତ୍ରୟୋଶ ନାଏକ, ଅଜୟ କୁମାର ସାଗରିଆ, ନିହାର ରଞ୍ଜନ ଦାଶ, ଗରୁଡ଼ ବେହେରା, ବାସୁଦେବ ବାଗ, କରଣ ସାହୁ, ବର୍ଷାରାଣୀ ପଧାନ ଓ ହରିପ୍ରିୟା ଦଣ୍ଡସେନା ପ୍ରମୁଖ ଅଂଶଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମର ସଫଳ ଆୟୋଜନ ଓ ପରିଚାଳନାରେ ମହାବିଦ୍ୟାଳୟର ଅନ୍ୟ ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ। ସେମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।
ଏହି କାର୍ଯ୍ୟକ୍ରମ ମାଧ୍ୟମରେ ନିଶାମୁକ୍ତ ସମାଜ ଗଠନ, ଯୁବପିଢ଼ିଙ୍କୁ ନିଶାର କୁପ୍ରଭାବରୁ ସୁରକ୍ଷିତ ରଖିବା ଏବଂ ଏକ ସୁସ୍ଥ ଓ ସଚେତନ ସମାଜ ଗଠନ ଦିଗରେ ସାମୂହିକ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱ ଦିଆଯାଇଥିଲା।

