Spread the love

ନୁଆପଡ଼ା ଉପନିର୍ବାଚନରେ ୮ଟି ବୁଥ୍‌ରେ ବ୍ୟବହାର ହେବ ହେଲିକପ୍ଟର । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍‌ରେ ବ୍ୟବହାର ହେବ ହେଲିକପ୍ଟର। ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର ହେବ କହିଲେ CEO। ୧୪ କମ୍ପାନୀ CAPF ମଧ୍ୟ ଉପନିର୍ବାଚନ ପାଇଁ ଆସିବେ।ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି ।

ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ କରିପାରିବେ । ଏହାପରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ନିର୍ବାଚନ କମିସନଙ୍କ ଘୋଷଣା ମୁତାବକ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଆଉ ୧୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ତେବେ ଏ ସବୁ ପ୍ରକ୍ରିୟା ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।ନୂଆପଡ଼ା ଉପନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିସାରିଛି କଂଗ୍ରେସ । ଘାସିରାମ ମାଝୀ ଦଳର ପ୍ରାର୍ଥୀ ହୋଇଛନ୍ତି । ତେବେ ଏବେ ବି ବିଜେପି ଓ ବିଜେଡିର ପ୍ରାର୍ଥୀ ଘୋଷଣାକୁ ଅପେକ୍ଷା କରାଯାଇଛି । ଜାଣିରଖିବା ଉଚିତ ଯେ, ଘାସିରାମ ମାଝୀଙ୍କୁ ୨୦୨୪ ନିର୍ବାଚନରେ କଂଗ୍ରେସରୁ ଟିକେଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ, କିନ୍ତୁ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ହାରିଯାଇଥିଲେ । ସେ ୫୦ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଥିଲେ । ଏବେ କିଛି ଦିନ ପୂର୍ବରୁ ସେ କଂଗ୍ରେସରେ ସାମିଲ ହୋଇଥିଲେ । ଆଉ ଏହାପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି ।ବିଜେଡିରେ ବଡ଼ ଧରଣ ରାଜନୈତିକ ପଟ୍ଟ ପରିବର୍ତ୍ତନ ସହ ବିଜେଡିକୁ ବାଏ ବାଏ କହି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପି ଶିବିରରେ ସାମିଲ ହୋଇଛନ୍ତି । ଦୀର୍ଘ ଦିନ ହେଲା ସେ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଇ ଆସୁଥିଲା । ହେଲେ ଶନିବାର ଦିନ ସେ ବିଜେଡିକୁ ବାଏ ବାଏ କହିବା ସହିତ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତିଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି । ଆଉ ଜୟ ଢୋଲକିଆ ବିଜେପିର ଉପ-ନିର୍ବାଚନ ପ୍ରାର୍ଥୀ ହେବା ଏକପ୍ରକାର ପକ୍କା । ତାଙ୍କୁ ଟିକେଟ୍ ଦେଇ ବିଜେପି ଏଥର ଅନୁକମ୍ପା ଭୋଟକୁ ନିଜ ସପକ୍ଷରେ ନେବାକୁ ଅଙ୍କ କଷୁଛି ।ନୂଆପଡ଼ାରେ ବିଜେଡିର ପ୍ରାର୍ଥୀ କିଏ ହେବ? ରେସରେ ଏବେ ବି ଅନେକ ନେତା ଅଛନ୍ତି, ହେଲେ ବିଜେଡି ସୁପ୍ରିମୋ କାହାକୁ ଭରସା କରୁଛନ୍ତି ତାହା ଉପରେ ସମସ୍ତଙ୍କର ନଜର । ଏହା ପୂର୍ବରୁ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଇ ଆସୁଥିଲା । ହେଲେ ଶେଷ ମୁହୂର୍ତ୍ତରେ କିନ୍ତୁ ସେ ବିଜେପିରେ ସାମିଲ ହୋଇଛନ୍ତି । ତେଣୁ ଜୟଙ୍କ ପରେ ଏବେ ବିଜେଡି ସେଠାରେ କାହାକୁ ଟିକେଟ୍ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ।

Leave a Reply

Your email address will not be published. Required fields are marked *

You missed