ପଡ଼ିଆଭଙ୍ଗା ହାଇସ୍କୁଲରେ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ତାଳଚେରା, ୧୬/୧୦ ତାଳଚେର ବ୍ଲକ ପଡ଼ିଆଭଙ୍ଗା ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଦିବସୀୟ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତାଳଚେର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଖଗେଶ୍ୱର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବରେ ପ୍ରାକ୍ତନ ତାଳଚେର ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ମହାନ୍ତି,ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ମଳୟ ସାହୁ, ପଂଚସଖା ଶିକ୍ଷା ସେତୁର ସଭାପତି ପ୍ରଶାନ୍ତ କୁମାର ସାହୁ, ସ୍ଥାନୀୟ ସରପଞ୍ଚ ଲିନା ସାହୁ, ସମିତି ସଭ୍ୟ ରୁନୁ ସିଂ, ନାଏବ ସରପଞ୍ଚ ଭୁବନ ବେହେରା, ପ୍ରଧାନଶିକ୍ଷକ ମନ୍ଦରଧର ବେହେରା ଓ ଅନୁସୂୟା ସାହୁ, ମୁଖ୍ୟବକ୍ତା ଭାବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର କର ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ପଡ଼ିଆଭଙ୍ଗା ହାଇସ୍କୁଲର ଛାତ୍ରୀମାନେ ଆକର୍ଷଣୀୟ ଶାସ୍ତ୍ରୀୟ ସ୍ୱାଗତ ସଂଗୀତ ଓ ନୃତ୍ୟ ପରିବେଷଣ କରିଥିଲେ । ତାଳଚେର ବ୍ଲକର ତେରଟି କ୍ଲଷ୍ଟରରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ, କ୍ୱିଜ୍, ସଂଗୀତ, ସୃଜନଶୀଳ ଲେଖନୀ, ଦଳଗତ ନୃତ୍ୟ, ହସ୍ତାକ୍ଷର ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମର ଉଦ୍ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ରାଜେନ୍ଦ୍ର ସିଂ, ସମ୍ମାନୀତ ଅତିଥି ଭାବରେ ତାଳଚେର ବିଧାୟକଙ୍କ ପ୍ରତିନିଧି ସନ୍ତୋଷ କୁମାର ପ୍ରଧାନ, ପ୍ରଧାନଶିକ୍ଷୟତ୍ରୀ ତିଳୋତାମା ଭୂତିଆ ଓ ମୁଖ୍ୟବକ୍ତା ଭାବରେ ବଅଁରପାଳ ହାଇସ୍କୁଲର ପ୍ରଧାନଶିକ୍ଷକ ପବିତ୍ର ମୋହନ ପ୍ରଧାନ, ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଖଗେଶ୍ୱର ବେହେରା, ପଡିଆଭଙ୍ଗା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଲତିକା ମହାପାତ୍ର ଉପସ୍ଥିତ ରହି କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଉପଢୌକନ ଦେଇ ପୁରସ୍କୃତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମ।।ନେ ସାଂସ୍କୃତିକ ନୃତ୍ୟ ପରିବେଷଣ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଲତିକା ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ ।
