Spread the love

ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଢେ଼ଙ୍କାନାଳ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ମହାଆଡମ୍ବରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ଦେହୁରୀଙ୍କ ସମେତ ଶିକ୍ଷକଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ପରିସରରେ ଥିବା ଫଚଶଖାଙ୍କୁ ମାଲ୍ୟାର୍ପଣ କରିଥିଲେ । ପରେ ଗାନ୍ଧିଜୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପରସ୍କାର ପ୍ରଦାନ କରାଯାଇଥୁଲା I ପ୍ରଧାନଶିକ୍ଷୟିତ୍ରୀ ତାଙ୍କ ବକ୍ତବ୍ୟରେ ଗାନ୍ଧିଜୀଙ୍କ ତିନି ମାଙ୍କଡଙ୍କ ଉପଦେଶ ଯଥା- ଖରାପ କଥା କହିବନି, ଖରାପ କଥା ଦେଖିବନି ଓ ଖରାପ କଥା ଶୁଣିବନି ବିଷୟରେ ବୁଝାଇଥିଲେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *