Spread the love

ଭୂବନେଶ୍ୱର : ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନଥିବା ନେଇ ସ୍ପଷ୍ଟ କରିଛି ଓଡ଼ିଶା ପୋଲିସ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ ପାଇଛି । ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି।

ଏଣୁ ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦେବାକୁ ପୋଲିସ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ଏ ସମ୍ପର୍କରେ ଓଡ଼ିଶା ପୋଲିସ ଟ୍ୱିଟ କରିଛି ।

Leave a Reply

Your email address will not be published. Required fields are marked *

You missed