Spread the love

*ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥର ଶୁଭାରମ୍ଭ*

ଅନୁଗୋଳ , ୩୧.୧୦ : ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶିଶୁ ଶ୍ରମିକ ନିରାକରଣ ରଥର ଶୁଭାରମ୍ଭ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ ମହାପାତ୍ର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ। ଶିଶୁ ଶ୍ରମିକ ମୁକ୍ତ ଗ୍ରାମପଞ୍ଚାୟତ ଗଠନ ନିମନ୍ତେ ରାଜ୍ୟବ୍ୟାପୀ ଚାଲିଥିବା ୪୪ ଦିନିଆ ଅଭିଯାନର ଏକ ଅଂଶ ଭାବେ ଏହି ସଚେତନତା ରଥର ଆରମ୍ଭ କରାଯାଇଛି। ଏହି ରଥ ଅନୁଗୋଳ ଶ୍ରମ ବିଭାଗ ଅନ୍ତର୍ଗତ ପ୍ରତ୍ୟେକଟି ଗ୍ରାମପଞ୍ଚାୟତ ପରିକ୍ରମା କରିବ। ଏହା ଶିଶୁ ଶ୍ରମିକ ପ୍ରଥାର ନିବାରଣ ଓ ଉଚ୍ଛେଦ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବା ସହ ‘ଶିଶୁ ଓ କିଶୋର ଶ୍ରମ (ନିଷେଧ ଓ ନିୟନ୍ତ୍ରଣ) ଆଇନ, ୧୯୮୬’ ର ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବ। ଏହି କାର୍ଯ୍ୟକ୍ରମରେ ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀ କୁବେର ବେହେରା, ପ୍ରଭାଗୀୟ ଶ୍ରମ ଆୟୁକ୍ତ ଶ୍ରୀମତୀ ଇତିଶ୍ରୀ ଗାଗରାଇ,ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ପ୍ରିୟମ୍ବଦା ସ୍ୱାଇଁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀଶଙ୍କର ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ସନମ ସ୍ମିତା ସାହୁଙ୍କ ସମେତ ବିଭାଗୀୟ ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *