Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

୧୬ନଂ ଜାତୀୟ ରାଜପଥ ବାରବାଟୀ ଛକ ନିକଟରେ ହୁତୁ ହୁତୁ ହୋଇ ଜଳିଗଲା ଟ୍ରକ

ଜେ ବି ଏନ, ୩୦/୧୨/୨୦୨୦, (ରିପୋର୍ଟ, ସରୋଜ କୁମାର ସାହୁ), ଯାଜପୁର :  ହୁତୁ ହୁତୁ ହୋଇ ଜଳିଗଲା ଟ୍ରକ।  ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ଛକ ନିକଟରେ ଘଟିଛି ଏହି ଅଘଟଣ। ଟ୍ରକଟି ଲୁହା ପ୍ଲେଟ ବୋଝେଇ କରି ଟାଙ୍ଗିରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସମୟରେ ବାରବାଟୀ ଛକ ନିକଟରେ ହଠାତ ନିଆଁ ଲାଗିଯାଇଥିଲା। ଖବର ପାଇ ରସୁଲପୁର ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି l

ସଟ୍ ସର୍କିଟ ଯୋଗୁଁ ଗାଡ଼ିରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।