Spread the love

ଅନୁଗୋଳରେ ଆରମ୍ଭ ହେଲା ‘ସୁଭଦ୍ରା’ର ପଞ୍ଚମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ

ଅନୁଗୋଳ: ଅନୁଗୋଳ ସଭାଘରଠାରେ ଆଜି ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଓ ସ୍ୱାବଲମ୍ବନକୁ ଗୁରୁତ୍ୱ ଦେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ମହିଳା ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାଂସଦ ରୁଦ୍ର ନାରାୟଣ ପାଣି, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପାଲଲହଡା ବିଧାୟକ ଅଶୋକ କୁମାର ମହାନ୍ତି, ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲାପାଳ ଅବଦୁଲ ମହମ୍ମଦ ଆଖତାର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରିତିମୟ ଏବଂ ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦୀପ ଗଡ଼ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ଅତିଥିମାନଙ୍କ ଦ୍ୱାରା ଦୀପ ପ୍ରଜ୍ଜ୍ୱଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ପରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମ୍ପର୍କିତ କାର୍ଯ୍ୟକ୍ରମ ଆଗକୁ ବଢ଼ିଥିଲା।

ଏହି ଅବସରରେ ଅନୁଗୋଳ ଜିଲ୍ଲାର ବହୁ ସଂଖ୍ୟକ ମହିଳାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଓ ଅନ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସାକ୍ଷୀ ହୋଇଥିଲେ।

Leave a Reply

Your email address will not be published. Required fields are marked *