Spread the love

ଅନୁଗୋଳରେ ବିଜେପିର ଜିଲ୍ଲାସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଅନୁଗୋଳ: ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ସ୍ମୃତି ପକ୍ଷ ଅବସରରେ ଆଜି ଅନୁଗୋଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଶ୍ରୀ ଯଯାତି ପଟ୍ଟନାୟକଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।
ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପ୍ରଦେଶ ବିଜେପିର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ସିମାଞ୍ଚଳ ଖଟେଇ ଯୋଗଦେଇ କାର୍ଯ୍ୟକର୍ତ୍ତାମାନଙ୍କୁ ସଂଗଠନ ସୁଦୃଢ଼ କରିବା ସହ ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଆଦର୍ଶକୁ ଘରେ ଘରେ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ।ସମ୍ମିଳନୀରେ ପାଲଲହଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ଅଶୋକ ମହାନ୍ତି, ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଆଠମଲ୍ଲିକର ପୂର୍ବତନ ବିଧାୟକ ଶ୍ରୀ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶ୍ରୀମତୀ ପ୍ରତିମା ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ସୁଦୀପ ଗଡ଼ନାୟକ ଓ ଶ୍ରୀ ପ୍ରଭାତ ପ୍ରଧାନ, ଜିଲ୍ଲା ସମ୍ପାଦକ ଶ୍ରୀ ପ୍ରତ୍ୟୁଷ ରଞ୍ଜନ ପଣ୍ଡାଙ୍କ ସମେତ ବହୁ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ଏହାସହ ଜିଲ୍ଲାର ବିଭିନ୍ନ ଶକ୍ତିକେନ୍ଦ୍ରରୁ ବହୁ ସଂଖ୍ୟକ କାର୍ଯ୍ୟକର୍ତ୍ତା ଓ ବିଜେପି ନେତା ତଥା ସମାଜସେବୀ ବିଭୂତି ସାହୁ ମଧ୍ୟ ଏହି ସମ୍ମିଳନୀରେ ଯୋଗଦେଇଥିଲେ।

Leave a Reply

Your email address will not be published. Required fields are marked *