*ଅନୁଗୋଳରେ ସମ୍ବିଧାନ ଦିବସ ପାଳିତ*
ଅନୁଗୋଳ, ୨୬.୧୧: ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତୀୟ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସମ୍ବିଧାନ ପ୍ରସ୍ତାବନା ପାଠ କରାଇଥିଲେ। ପ୍ରକାଶଯୋଗ୍ୟ ଯେ, ୧୯୪୯ ମସିହା ନଭେମ୍ବର ୨୬ ତାରିଖରେ ସମ୍ବିଧାନ ସଭା ଦ୍ୱାରା ଭାରତର ସମ୍ବିଧାନ ଅଙ୍ଗୀକୃତ ହୋଇଥିଲା। ସମ୍ବିଧାନର ମୂଲ୍ୟବୋଧ, ମୌଳିକ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଆମର କର୍ତ୍ତବ୍ୟ ବୋଲି ମୁଖ୍ୟ ଅତିଥି କହିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଶ୍ରୀ ଜୟଜିତ୍ ଧଳ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସିଠଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀମାନେ ଯୋଗ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ସନମ୍ ସ୍ମିତା ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
