Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଅନୁଗୋଳ ଜିଲ୍ଲାରୁ୦୨ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୫୬ ରେ ପହଞ୍ଚିଲା

ଜେ. ବି. ଏନ୍ (୨୮/୦୨ /୨୦୨୧) ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୪୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଅନୁଗୋଳ ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧କଣ ( ୧ଜଣ ମହିଳା ଅଛନ୍ତି । ଆଜି ତାଳଚେର ବ୍ଲକ , କଣିହାଁ ବ୍ଲକ , କିଶୋରନଗର ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ପୌରାଞ୍ଚଳ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।