Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଅନୁଗୋଳ ଜିଲ୍ଲାରୁ୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ସୁସ୍ଥ ହେଲେ ୧୪ ଜଣ ଆକ୍ରାନ୍ତ ।

(ଜେ ବି ଏନ /ସୁଶିଲ କୁମାର) ୨୫/୦୧ /୨୦୨୧ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତ ) କେହି ଆକ୍ରାନ୍ତ ଚିହ୍ନଟ ହୋଇନଥିବାରୁ ଆକ୍ରାକ ସଂଖ୍ୟା ୨୩୩ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଓ ବଅଁରପାଳ ବ୍ଳକ ଅଞ୍ଚଳରୁ ୧ ଜଣ ( ୧ ଜଣ ପୁରୁଷ ) ଅଛନ୍ତି । ଆଜି ଛେଣ୍ଡିପଦା ବ୍ଳକ, ତାଳଚେର ବ୍ଲକ , କଣିହାଁ ବ୍ଳକ , ଅନୁଗୋଳ ବ୍ଲକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , କିଶୋରନଗର ବ୍ଳକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି ।

ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ସମସ୍ତ ୧୪ଜଣ ହୋମ ଆଇସୋଲେସନରେ ଥିବାର ଜଣାପଡିଛି ।