Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

 ପଜିଟିଭ ସଂଖ୍ୟା ୧୧୮୩୨ରେ ପହଞ୍ଚିଲା

ସୁସ୍ଥ ହେଲେ ୩୨ ଜଣ ଆକ୍ରାନ୍ତ ।

 

(ଜେ. ବି. ଏନ୍ /ସୁଶିଲ କୁମାର) ୨୯ /୧୨ /୨୦୨୦ ଅନୁଗୋଳ : ଅନୁଗୁଳ ଜିଲ୍ଲାରେ୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ୱାପ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାକ ସଂଖ୍ୟା ୨୧୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କଣିହାଁ ବ୍ଳକ ଅଞ୍ଚଳରୁ ୬ଜଣ ( ୫ଜଣ ପୁରୁଷ ଓ ୧ଜଣ ମହିଳା ) , ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୩ ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୩ଜଣ (୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଅନୁଗୋଳ ବ୍ଲକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା ) ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ ଜଣ ମହିଳା) ଅଛନ୍ତି | ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି ଆଜି କିଶୋରନଗର ବ୍ଳକ , ତାଳଚେର ପୌରାଞ୍ଚଳ , ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳରୁ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୨ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ କୋଭିଡ ହସ୍ପିଟାଲରୁ ଓ ୩୦ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ।