Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love


ପଜିଟିଭ ସଂଖ୍ୟା ୧୧୮୧୩ରେ ପହଞ୍ଚିଲା ସୁସ୍ଥ ହେଲେ ୩୮ ଜଣ ଆକ୍ରାନ୍ତ ।

ଜେ. ବି. ଏନ୍ (୨୮/୧୨ /୨୦୨୦) ଅନୁଗୋଳ :  ଅନୁଗୋଳ ଜିଲ୍ଲାରେ ୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି (ସ୍ୱାପ୍ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୧୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଳକ ଅଞ୍ଚଳରୁ ୫ଜଣ ( ୩ଜଣ ପୁରୁଷ ଓ୨ ଜଣ ମହିଳା ) , ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୪ଜଣ ( ୪ ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୪ଜଣ ( ୪ ଜଣ ପୁରୁଷ ) , ଅନୁଗୋଳ ପୌରାଞ୍ଚଳରୁ ୨ଜଣ ( ୨ଜଣ ପୁରୁଷ ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୨ଜଣ ( ୨ ଜଣ ପୁରୁଷ ) ଓ କିଶୋରନଗର ବ୍ଳକ ଅଞ୍ଚଳ ରୁ ୨ଜଣ ( ୨ ଜଣ ମହିଳା ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି କଣିହାଁ ବ୍ଳକ , ଅନୁଗୋଳ ବ୍ଳକ , ପାଳଲହଡା ବ୍ଳକ , ତାଳଚେର ପୌରାଞ୍ଚଳ , ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୩୮ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି।