Warning : Attempt to read property "post_excerpt" on null in
/home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line
116
ପଜିଟିଭ ସଂଖ୍ୟା ୧୧୬୭୧ ରେପହଞ୍ଚିଲା
ସୁସ୍ଥହେଲେ ୩୪ ଜଣ ଆକ୍ରାନ୍ତ ।
(ଜେ. ବି. ଏନ୍/ସୁଶାନ୍ତ କୁମାର) ୨୨/୧୨ /୨୦୨୦
ଅନୁଗୋଳ : ଅନଗୁଳ ଜିଲ୍ଲାରେ ୩୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି) କେହି ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ ରେ ରହିଛି ।
ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୧୧ଜଣ ( ୯ ଜଣ ପୁରୁଷ ଓ ୨ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୬ଜଣ ( ୪ ଜଣ ପୁରୁଷ ଓ ୨ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୫ଜଣ ( ୧ଜଣ ପୁରୁଷ ଓ ୪ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୪ଜଣ ( ୪ଜଣ ପୁରୁଷ ) , ଅନୁଗୋଳ ବ୍ଳକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , କିଶୋରନଗର ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ତାଳଚେର ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ ଓ ଆଠମଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୪ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧ଜଣ କୋଭିଡ ହସ୍ପିଟାଲରୁ ଓ ୩୩ ଜଣ ହୋମ ଆଇସୋଲେସନ୍ ରୁ ସୁସ୍ଥ ହୋଇଛନ୍ତି |
Post Views: 16
Post navigation