Spread the love

ଅନୁଗୋଳ, ତା.୨୮.୦୯: ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସମୁଦାୟ ୩୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ଏବଂ ଗୋଟିଏ ଗ୍ରାମ୍ୟଭିତ୍ତିକ ସମସ୍ୟା ଉପରେ ଶୁଣାଣି କରାଯାଇ ୪ଟି ଅଭିଯୋଗର ଘଟଣାସ୍ଥଳରେ ତୁରନ୍ତ ଫଇସଲା କରାଯାଇଥିଲା। ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଜଣ ହିତାଧିକାରୀଙ୍କୁ ୩୩ ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ଜଣକୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଶିବିରରେ ଉପସ୍ଥିତ ଜନସାଧାରଣ ବିଶେଷ କରି ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟସେବା, ଗ୍ରାମୀଣ ଆବାସ, ଜମିଜମା ଏବଂ ବ୍ୟକ୍ତିଗତ ଅସୁବିଧା ନେଇ ଅଭିଯୋଗ ପତ୍ର ଦାଖଲ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ରହି ଶୁଣାଣି ପ୍ରକ୍ରିୟା ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *