Spread the love

ଭୂବନେଶ୍ବର: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀର ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ। ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାରବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *