ଆଜି ଅନୁଗୋଳ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୨୮୫ ରେ ପହଞ୍ଚିଲା – ସୁସ୍ଥ ହେଲେ ୧୧ ଜଣ

ଜେ ବି ଏନ, ୦୬/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୧୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୩ଜଣ ( ୨ ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ୨ ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଆଠମଲ୍ଲିକ ବ୍ଲକ୍ ଅଂଚଳରୁ ୨ଜଣ ( ୨ଜଣ ପୁରୁଷ , ତାଳଚେର ବ୍ଲକ୍ ଅଂଚଳରୁ ୨ଜଣ ( ୧ଜଣ ପୁରୁଷ ଓ ୧ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ) ଓ ବଅଁରପାଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ଅଛନ୍ତି । ଆଜି କଣିହାଁ ବ୍ଳକ , ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ , ପାଲଲହଡା ବ୍ଳକ , ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୫ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୧୧ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।
