Spread the love

ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା ପରିପ୍ରେକ୍ଷୀରେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ କରାଯାଇଥିଲା ।

ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିଲେ ।କେନ୍ଦ୍ରମନ୍ତ୍ରୀ ଶ୍ରୀ ଚୌହାନଙ୍କ ସୂଚନା ଅନୁଯାୟୀ, ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ । ସେହିପରି, ଭୁବନେଶ୍ୱରରେ ଷ୍ଟେଟ ଅଫ ଦ ଆର୍ଟ ହୋଲସେଲ ମାଛ ମାର୍କେଟର ଶିଳାନ୍ୟାସ, ହୀରାକୁଦରେ ଇଣ୍ଟିଗ୍ରେଟେଡ଼ ଆକ୍ୱା ପାର୍କର ଭିସି ମାଧ୍ୟମରେ ଶିଳାନ୍ୟାସ କରିବେ। ଏହି ଅବସରରେ ଚାଷୀଙ୍କ ସହ ବାର୍ତ୍ତାଳାପ ମଧ୍ୟ କରିବେ । ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ରାଜ୍ୟର ସମସ୍ତ କୃଷି ବିଜ୍ଞାନ କେନ୍ଦ୍ରରେ କରାଯିବ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା, ଲୋକଙ୍କୁ ପୋଷଣଯୁକ୍ତ ଖାଦ୍ୟ ଯୋଗାଇ ଦେବା, ଚାଷୀଙ୍କ ଆୟ, ଉତ୍ପାଦନରେ ବୃଦ୍ଧି ନିମନ୍ତେ ସରକାର ଏହି ସବୁ ଯୋଜନା ଗୁଡ଼ିକ ପ୍ରସ୍ତୁତ କରିଛନ୍ତି । ଏହି ପଦକ୍ଷେପ ଦ୍ୱାରା ଦେଶର ୫୦ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ, କୃଷକ ଉତ୍ପାଦକ ଗୋଷ୍ଠୀ ଲାଭବାନ ହେବେ । ଦେଶରେ ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ରେକର୍ଡ଼ ପରିମାଣର ପନି ପରିବା ଓ ଖାଦ୍ୟ ଶସ୍ୟ ଉତ୍ପାଦନ ହେଇଛି । ଡାଲି ଏବଂ ତୈଳବୀଜ ଉତ୍ପାଦନରେ ଆତ୍ମନିର୍ଭର ହେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀଚୌହାନ ଆହ୍ୱାନ ଦେଇଛନ୍ତି । ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା, କୃଷି ବିଭାଗ ଓ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *