Spread the love

ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ ନେଇଛନ୍ତି। ଶିକ୍ଷାନୁଷ୍ଠାନରେ ମହିଳାମାନେ ଯେପରି ନିର୍ଯାତନ ନହେବେ‌ ସେଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି।

ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଚିଠି କରାଯାଇଛି।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠିରେ କୁହାଯାଇଛି ଯେ, କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଅଧିନିୟମ-୨୦୧୩ ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *