Spread the love

ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ବୟ ବୈଠକ ଅନୁଷ୍ଠିତ

ଅନୁଗୋଳ – ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ବୟ ଓ ପର୍ଯ୍ୟାଲେଚନା ନିମନ୍ତେ ଗଠିତ କମିଟି (ଡିଶା) ର ଏକ ବୈଠକ ଆଜି ପୂର୍ବାହ୍ନରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ, ପାଳଲହଡା ବିଧାୟକ ଅଶୋକ ମହାନ୍ତି, ଅନୁଗୋଳ ବିଧାୟକ ପ୍ରତାପ ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ ଓ ଅନୁଗୋଳ ପୌରପାଳିକା ଅଧ୍ୟକ୍ଷ ଶ୍ରୀ ଅକ୍ଷୟ କୁମାର ସାମନ୍ତ ପ୍ରମୁଖ ଯୋଗ ଦେଇଥିଲେ ।ଉତ୍ତରାଞ୍ଚଳ RDC ସଚିନ ଯାଦବ, ଅନୁଗୋଳ ଜିଲ୍ଲାପାଳ ଅବଦଲ ଏମ ଅକତର ମଧ୍ୟ ଉପସ୍ଥିତ ଥିଲେ। ବିଭିନ୍ନ କାର୍ଯ୍ୟର ଅଗ୍ରଗତିକୁ ନେଇ ଅଧ୍ୟକ୍ଷ ସମୀକ୍ଷା କରିବା ସହ ଚାଲୁଥିବା କାର୍ଯ୍ୟଗୁଡିକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ବିମଳାଗଡ ରେଳ ଲାଇନ୍ କାର୍ଯ୍ୟର ଅଗ୍ରଗତି ଓ ଜାତୀୟ ରାଜପଥ ୫୫ର କାର୍ଯ୍ୟକୁ ତୁରନ୍ତ ସାରିବା ଉପରେ ମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଅନୁଗୋଳ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସ୍ୱଚ୍ଛତା, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ପୂର୍ଣ ବିଭାଗର ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୈଠକରେ ସମୀକ୍ଷା କରାଯାଇଥିଲା, ଗ୍ରାମାଞ୍ଚଳ ରେ ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା ହୋଇଥିଲା।

Leave a Reply

Your email address will not be published. Required fields are marked *