Spread the love

ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୂଡିକ ଧାର୍ଯ୍ୟ ସମୟ ସୀମା ଏବଂ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି। ମାସିକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ସିଂ ପ୍ରକଳ୍ପ ସମ୍ପୁର୍ଣ୍ଣ ପାଇଁ ଡିଭିଜନ ମାନେ ବିଭାଗକୁ ଦେଉଥିବା ସମୟ ସୀମା ଉପରେ ଧ୍ୟାନ ଦେବା ଜରୁରୀ ବୋଲି କହିଥିଲେ।

ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତ୍ବରିତ ସମାଧାନ ପୂର୍ବକ ଏହାର ରିପୋର୍ଟ ବିଭାଗରେ ପହଞ୍ଚିବା ଆବଶ୍ଯକ। ଏଣିକି ଏ ଦିଗରେ ବିଭାଗୀୟ ଯନ୍ତ୍ରୀମାନେ ସମସ୍ତ ଡିଭିଜନ ମୁଖ୍ୟଙ୍କୁ ଫୋନ କରି ସମାଧାନ ଦିଗରେ  ଯତ୍ନବାନ ହେବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ।

ରାସ୍ତା ଓ ସେତୁ ଯୋଜନା ଅଧିନରେ ସ୍ତଗିତ ଥିବା ପ୍ରକଳ୍ପ ଗୁଡିକର ଡିପିଆର ୭ ଦିନ ଭିତରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନୁମୋଦିତ ହୋଇଥିବା ପ୍ରକଳ୍ପର ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରି ଆସନ୍ତା ୩ ଦିନ ମଧ୍ୟରେ ବିଭାଗକୁ ପଠାଇବାକୁ ଶ୍ରୀ ସିଂହ ମୁଖ୍ୟଯନ୍ତ୍ରୀ ମାନଙ୍କୁ କହିଥିଲେ। ବିଜୁ ସେତୁ ଯୋଜନା ଅଧିନରେ ଥିବା ଅସମ୍ପୁର୍ଣ୍ଣ କାମ ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ସାରିବାକୁ ବୈଠକରେ ଗୁରୁତ୍ବ ଦିଆ ଯାଇଥିଲା।

ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ଯ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ସମ୍ପର୍କରେ ଆଲୋଚନା କରା ଯାଇଥିଲା। ପ୍ରତ୍ଯେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ଯକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ

Leave a Reply

Your email address will not be published. Required fields are marked *