Spread the love

ଜାତୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ-ନାବାର୍ଡ ଓଡିଶା ଆଂଚଳିକ ଶାଖା ତରଫରୁ ଜାତୀୟ ହସ୍ତତନ୍ତ ଦିବସ ପାଳନ କରାଯାଇଛି। ଏହି ଉପଲକ୍ଷେ ଭୁବନେଶ୍ୱର ଡି.ଏନ୍‌.ରେଗାଲିଆ ମଲ୍‌ରେ ଏକ ହସ୍ତତନ୍ତ ସ୍ୱତନ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯାଇଛି।

ଏହି ୩ ଦିନିଆ ପ୍ରଦର୍ଶନୀ ଷ୍ଟଲକୁ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ପ୍ରଦର୍ଶନୀରେ ନାବାର୍ଡ ସହାୟତାରେ ପରିଚାଳିତ ଖୋର୍ଦ୍ଧା, କଟକ, ସମ୍ବଲପୁର, ଯାଜପୁର, ମୟୁରଭଞ୍ଜ, ସୁବର୍ଣ୍ଣପୁର ଆଦିରୁ ୭ଟି ହସ୍ତତନ୍ତ ଉତ୍ପାଦକ ସଂଘ ଅଂଶଗ୍ରହଣ କରିଛନ୍ତି।

ଏହି ଅବସରରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ଆମ ଦେଶ ତଥା ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ହସ୍ତକଳାର ସ୍ୱତନ୍ତ୍ର ପରିଚୟ ରହିଛି। ଜାତୀୟ ହସ୍ତତନ୍ତ ଦିବସ ଭାରତରେ ହସ୍ତତନ୍ତ କାରିଗରୀର ବର୍ଷ ବର୍ଷ ଧରି ପୁରାତନ ପରମ୍ପରାକୁ ସ୍ମରଣ କରାଇଥାଏ। ଦେଶର ଅର୍ଥନୀତିରେ ହସ୍ତତନ୍ତ ବୁଣାକାରଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରିବାର ଏହା ଅବକାଶ ସୃଷ୍ଟି କରିଥାଏ

Leave a Reply

Your email address will not be published. Required fields are marked *