Spread the love

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ


ବରଗଡ଼:-୧୩.୦୪.୨୦୨୬(ପବିତ୍ର ମେହେର)ବରଗଡ଼ ଜିଲ୍ଲା ଅତାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼ ଉପ-ଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ମହନ୍ତ,ଗୋଷ୍ଠୀ ଉନ୍ନ ୟନ ଅଧିକାରୀ ରିପୁନାଥ ସୁନା, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ ଉପସ୍ଥିତ ରହି ଲୋକଙ୍କ ଅଭି ଯୋଗ ଶୁଣିଥିଲେ।ସୂଚନା ଯୋଗ୍ୟ କି,ଉକ୍ତ ଶିବିରରେ ଜଳ ସେଚନ,ପୋଲିସ ର ଅବହେଳା ବିଦ୍ୟୁତ୍ ଯୋଗାଣ,ପାନୀୟ ଜଳ ଯୋଗାଣ,ରାସନ କାର୍ଡ,ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା,ରାସ୍ତା ନିର୍ମାଣ,କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୯୮ ଗୋଟି ଅଭିଯୋଗ ମଧ୍ୟରୁ ୬୩ ଗୋଟି ବ୍ୟକ୍ତିଗତ ଏବଂ ୩୫ ଗୋଟି ସାମୁହିକ ଅଭିଯୋଗ ର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭା ଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *