Spread the love

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଭବାନୀପାଟଣା : ତା. ୦୧.୦୯.୨୦୨୫ – କଳାହାଣ୍ଡି ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ଵ) ବଇତୁରା ଦୀପ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଳାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୩୦ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୧୨ ଗୋଟି ଓ ସାମୂହିକ ୧୮ ଗୋଟି ରହିଥିବା ବେଳେ ୧୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ,ଭତ୍ତା, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସମାଜ କଲ୍ୟାଣ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଜଙ୍ଗଲ ଓ ପରିବେଶ, ଜିଲ୍ଲା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଉପ ଜିଲ୍ଲାପାଳ ଧର୍ମଗଡ଼,ପ୍ରେକ୍ଷା ଅଗ୍ରୱାଲ, ଉପ ଜିଲ୍ଲାପାଳ ଭବାନୀ ପାଟଣା ପ୍ରଭାତ କୁମାର ପରିଡା, ଭାରତୀୟ ପ୍ରଶାସନିକ ସେବା (ପ୍ରୋବେସନ) ଅନିମେସ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ନିହାରେନ୍ଦ୍ର ପଣ୍ଡା, ମୁଖ୍ୟ ଜିଲା ବେସାମରିକ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ସହ ନିର୍ଦ୍ଦେଶକ,ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ଶିବିରରେ କେସିଙ୍ଗା ର ଅରଫାନ ଖାଁନ ଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଆତ୍ୟାଧୁନିକ କୂତ୍ରିମ ଅଙ୍ଗ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *