Spread the love

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଅନୁଗୋଳ, ତା. ୧୦.୦୮.୨୦୨୬: ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୮ଟି ଗ୍ରାମଭିତ୍ତିକ ଅଭିଯୋଗରେ ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗ ତୁରନ୍ତ ଫଇସଲା କରାଯାଇଥିଲା। ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୫ ହଜାର ଟଙ୍କା ଓ ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୧ ହଜାର ୪୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *