Spread the love

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।


​ଅନୁଗୋଳ, ତା. ୦୫.୧୦:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୭ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୭ ହଜାର ୫୦୦ ଟଙ୍କା ଓ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *