Spread the love

*ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି*

ଅନୁଗୋଳ, ୦୨.୧୧ : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୧ଟି ଗ୍ରାମଭିତ୍ତିକ ଅଭିଯୋଗ ଶୁଣାଣି କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଓ ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୬ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମସ୍ୟା, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *