Spread the love

ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ଅନୁଗୋଳ,୨୩.୦୪ : ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅବ୍‌ଦାଲ୍ ମୁହମ୍ମଦ୍ ଅଖ୍‌ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭରେ ମାର୍ଚ୍ଚ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ୱାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା । ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ମାର୍ଚ୍ଚ ମାସରେ ଜିଲ୍ଲାରେ ମୋଟ ୪୧ଟି ଦୁର୍ଘଟଣା ଘଟିଥିବାବେଳେ ୨୧ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦ଜଣ ଆହତ ହୋଇଛନ୍ତି। ଫେବୃଆରୀ ମାସର ମୋଟ ଦୁର୍ଘଟଣା ତୁଳନାରେ ମାର୍ଚ୍ଚ ମାସରେ ଦୁର୍ଘଟଣା ହାର ହ୍ରାସ ପାଇଛି । ଗତ ମାସରେ ପରିବହନ ବିଭାଗ ଦ୍ୱାରା ହୋଇଥିବା ଯାଞ୍ଚ ସମୟରେ ବିନା ହେଲମେଟରେ ଗାଡି ଚାଲଣ ଯୋଗୁଁ ୧୩୯୨ ଜଣ, ଦ୍ରୁତ ଗାଡି ଚାଳନ କରିବା ଯୋଗୁଁ ୧୩୬୭ ଜଣ , ମଦ୍ୟପାନ କରି ଗାଡି ଚାଳନା ନିମନ୍ତେ ୬୬ ଜଣ, ଅତ୍ୟଧିକ ମାଲ ପରିବହନ ନିମନ୍ତେ ୮୦ ଜଣଙ୍କଠାରୁ ଜୋରିମାନା ଆଦାୟ କରାଯାଇଥିବାବେଳେ ୫୨୨ ଜଣଙ୍କର ଲାଇସେନ୍ସ ରଦ୍ଦ କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ, ଉପ-ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା , ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସଂବିତ୍ କୁମାର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ତାଳଚେର ମୋଟରଯାନ ନିରୀକ୍ଷକ ଶ୍ରୀ ତପନ କୁମାର ବେଟୀଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *