Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୬.୦୬ – ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦର ମହକୁମା ସର୍କିଟ ହାଉସ୍ ଅଡିଟୋରିୟମ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୂକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ , ଅନୁଗୋଳ ତହସିଲଦାର ଶ୍ରୀ ଆଲୋକ କୁମାର ଦେହୁରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *