Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା. ୦୨୧.୧୦:-ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଳ ଜୈନ ଏହି ଶିବିରରେ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ ଓ ୯ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ରେଡକ୍ରସ ପାଣ୍ଠିରୁ ୧ଜଣଙ୍କୁ ୩ ହଜାର ୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ପାଲଲହଡା ଉପଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପତି, ପାଲଲହଡା ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ବାରା, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସୁସ୍ମିତା ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *