Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୦.୧୧:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାରମହାପାତ୍ରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୩୪ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୯ ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥୁଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧ୍ବକାରୀ ଜିଲ୍ଲା ପରିଷଦ, ଅନୁଗୋଳ ଶ୍ରୀ ଗୌରବମୟ ପ୍ରଧାନ, ଉପ-ଜିଲ୍ଲାପାଳ, ଅନୁଗୋଳ ଶ୍ରୀ ମାୟାଧର ବେହେରା, ଛେଣ୍ଡିପଦା ତହସିଲଦାର, ଶ୍ରୀ ମାନସ ରାୟ, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଶ୍ରୀ ଅରବିନ୍ଦ ବେହେରା, ଜିଲ୍ଲା ଶିକ୍ଷା ଅଧ୍କାରୀ, ଅନୁଗୋଳ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ,ଅନୁଗୋଳ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ, ଅନୁଗୋଳ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଅନୁଗୋଳ ଶ୍ରୀମତୀ ନିରୂପମା ପାଣି, ଉପ ନିର୍ଦେଶକ ଉଦ୍ୟାନ ଶ୍ରୀ ଅମର ଲଗୁନ, ଡିଆଇସି, ଶ୍ରୀ ଶୁଭାଶିଷ କାନୁନଗୋ, ମୁଖ୍ୟ ପ୍ରାଣୀ ସମ୍ପଦ ଅକାରୀ, ଡ. ସତ୍ୟନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥୁବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *