Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୫.୧୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖ ଅଧ୍ୟକ୍ଷତାରେ ପାଳଲହଡା ଊପଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୮୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୭୦ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତୀକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୦ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପାଳଲହଡା ଊପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ସହକାରୀ ଜିଲ୍ଲାପାଳ ଶ୍ରୀ ସଞ୍ଜୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରି ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ୱର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *