Spread the love

ଅନୁଗୋଳ,ତା.୨୯.୧୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖ୍ତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ମଦନ ମୋହନ ପ୍ରଧାନ, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ହିମାଂଶୁ ଶେଖର ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *