Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୨.୦୧:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷା ଅଧ୍ବକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୬୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୋକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧୋକାରୀ ଡ.ମଦନ ମୋହନ ପ୍ରଧାନ, ଛେଣ୍ଡିପଦା ତହସିଲଦାର ଶ୍ରୀ ମାନସ ରଞନ ରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧୂକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୂକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧୋକାରିଣୀ ନିରୁପମା ପାଣି, ଊପ-ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବ,ନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *