Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଅନୁଗୋଳ,ତା.୨୦.୦୭:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପବିତ୍ର ମୋହନ ସଭାଗୃହ, କଣିହାଁ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୯୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୬୩ଟି ବ୍ୟକ୍ତିଗତ ଓ ୨୭ଟି ଗ୍ରାମ୍ୟଭିଭିକ ଅଭିଯୋଗ ଶୁଣାଣି ହୋଇଥିବାବେଳେ ୧୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ଆଶିଷ ରଞ୍ଜନ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧୀକାରୀ ଡ.ମଦନ ମୋହନ ପ୍ରଧାନ, କଣିହାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, କଣିହାଁ ତହସିଲଦାର ପ୍ରଣବ ରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୂକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

$890/09/195

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଅନୁଗୋଳ ।

Leave a Reply

Your email address will not be published. Required fields are marked *