ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ, ତା.୨୮.୦୯:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଜନଶୁଣାଣି ଶିବିରରେ ସମୁଦାୟ ୩୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ପ୍ରମିଳା ମହାଳିକଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଏବଂ ୨ ଜଣ ହିତାଧିକାରୀ (ଦେବକୀ ସାହୁ ଓ ଚିନ୍ମୟୀ ନାଏକ)ଙ୍କୁ ରାସନ କାର୍ଡ ବଣ୍ଟନ କରାଯାଇଥିଲା। ଏଥି ସହ ବଳରାମପ୍ରସାଦ ଗ୍ରାମ ପଞ୍ଚାୟତର ଶ୍ରୀ ପବିତ୍ର ଭୁତିଆଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ଓ ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସେବା ସଂକଳ୍ପ ଅଭିଯାନ ଅଧୀନରେ ଷ୍ଟଲ୍ ମାଧ୍ୟମରେ ବିଭିନ୍ନ ବିଭାଗର ସରକାରୀ ଯୋଜନା ଗୁଡ଼ିକ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା
