WordPress database error: [Table 'jagratbharatnews_in12.wp_vbkpkg_yoast_seo_links' doesn't exist]
SELECT `target_post_id` FROM `wp_vbkpkg_yoast_seo_links` WHERE `url` = 'https://www.jagratbharatnews.in/wp-content/uploads/2026/10/IMG-20261005-WA0145-300x225.jpg' LIMIT 1

WordPress database error: [Table 'jagratbharatnews_in12.wp_vbkpkg_yoast_seo_links' doesn't exist]
SELECT `target_post_id` FROM `wp_vbkpkg_yoast_seo_links` WHERE `url` = 'https://www.jagratbharatnews.in/wp-content/uploads/2026/10/IMG-20261005-WA0145-300x225.jpg' LIMIT 1

Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ


​ଅନୁଗୋଳ, ତା. ୦୫.୧୦: ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଓ ୧୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।
​ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଆର୍ ଏ ଏସ୍‌ପ୍ରୋବେସନର ଅଭି ଜୈନ୍, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ପ୍ରଜ୍ଞାନନ୍ଦନ ଗିରି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜିବ ଲୋଚନ ପଣ୍ଡା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଶ୍ରୀ ଆଲଫା ଜେନା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *