Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୧୫.୦୪:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ଯକ୍ଷତାରେ ଜିଲ୍ଲା ସଦର ମହକୁମା (ସର୍କିଟ ହାଉସ୍ ଅଡିଟୋରିୟମ) ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୧୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଓ ୧ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।

୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୨୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେନ୍ଦ୍ରନାଥ ରାୟଗୁରୁ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଅନୁଗୋଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଡଃ ବିଶ୍ବ ଭୂଷଣ, ଅନୁଗୋଳ ତହସିଲଦାର ଶ୍ରୀ ଆଲୋକ କୁମାର ଦେହୁରୀ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ନିରୁପମା ପାଣି, ଜିଲ୍ଲା ପଞ୍ଚାୟତ ଅଧିକାରିଣୀ ଶ୍ରୀମତୀ ମମତା ପ୍ରଧାନ, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *