ବ୍ରହ୍ମପୁର, ୧୧/୧୦ : ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ ପରିବହନ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶେରଗଡ଼ରୁ କାର୍ଯ୍ୟକ୍ରମ ସାରି ଫେରିବା ବାଟରେ, ଘୋଡ଼ାହାଡ଼ ନଦୀ ପୋଲ ନିକଟରେ ଏକ ଦୁଃଖଦ ଦୁର୍ଘଟଣା ତାଙ୍କ ନଜରକୁ ଆସିଥିଲା । ଏକ ହାଇୱା ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ । ବିନା କୌଣସି ବିଳମ୍ବରେ, ମାନ୍ୟବର ମନ୍ତ୍ରୀ ଶ୍ରୀ ଜେନା ଏସ୍କର୍ଟ (Escort) ଗାଡ଼ି ମାଧ୍ୟମରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇବା ସହ, ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରି ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

